Information

ଓଡିଆ ସାହିତ୍ୟ ଓ ସଂସ୍କୃତିର ନିଆରା ସ୍ଵର... ତିନିଶହରୁ ଉର୍ଦ୍ଧ ଲେଖକ ଲେଖିକା ଏବଂ ଦୁଇଲକ୍ଷରୁ ଉର୍ଦ୍ଧ ପାଠକ ପାଠିକା ମାନଙ୍କର ପ୍ରିୟ ଇ-ସାହିତ୍ୟ ପୋର୍ଟାଲ ବଣମଲ୍ଲୀର ମହକ ଆପଣଙ୍କୁ ସ୍ଵାଗତ ଜଣାଉଛି ।

ସୁସାହିତ୍ୟିକ ଏବଂ ସଙ୍ଗୀତଜ୍ଞ ଅକ୍ଷୟ ମହାନ୍ତି

ଅକ୍ଷୟଙ୍କ ପୂଣ୍ୟ ଜନ୍ମତିଥି ଅବସରରେ... (ଜନ୍ମ - ୧୨ ଅକ୍ଟୋବର ୧୯୩୪)


ଅକ୍ଷୟ ମହାନ୍ତି : ଖୋକା ଭାଇ ଓଡ଼ିଶାର କଟକଠାରେ ଜନ୍ମିତ ଜଣେ ଓଡ଼ିଆ ଗାୟକ, ସଙ୍ଗୀତଜ୍ଞ, ଗାଳ୍ପିକ, ଔପନ୍ୟାସିକ ଓ ଭ୍ରମଣ କାହାଣୀ ଲେଖକ । ସେ ଓଡିଆ କଥାଚିତ୍ର, ପଲ୍ଲୀଗୀତ, ଭଜନମାନଙ୍କରେ କଣ୍ଠଦାନ କରିଛନ୍ତି, ତାଙ୍କୁ ଓଡ଼ିଆ ଆଧୁନିକ ଓ ସୁଗମ ସଙ୍ଗୀତର ଜନ୍ମଦାତା ବୋଲି କୁହାଯାଇଥାଏ । ଓଡ଼ିଶାର ଅନେକ ଲୋକକଥା ଓ ଗୀତକୁ ନେଇ ସେ ସଙ୍ଗୀତ ସଂଯୋଜନା କରିଛନ୍ତି । ବଡ ଭଉଣୀ ସୁଲକ୍ଷଣା ପଟ୍ଟନାୟକଙ୍କଠାରୁ ପ୍ରଭାବିତ ଅକ୍ଷୟ, ୧୯୪୮ ମସିହାରେ ଅକ୍ଷୟ ଆକାଶବାଣୀର ପ୍ରତିଷ୍ଠା ଦିବସରେ ଜଣେ ଶିଶୁଶିଳ୍ପୀ ଭାବରେ ଅଂଶଗ୍ରହଣ କରିଥିଲେ । ଏହା ତାଙ୍କର ସଂଗୀତ କ୍ଷେତ୍ରରେ ପ୍ରଥମ ପ୍ରବେଶ । ୧୯୫୫ ମସିହାରୁ ସେ ଜଣେ ସ୍ଵୀକୃତିପ୍ରାପ୍ତ ବେତାର ଶିଳ୍ପୀ । ୧୯୫୭ ମସିହାରେ ଦିଲ୍ଲୀରେ ଅନୁଷ୍ଠିତ ଯୁବଉତ୍ସବ ତାଙ୍କ ପରିଚାଳିତ ସମବେତ ସଙ୍ଗୀତ ପ୍ରଥମ ସ୍ଥାନ ଅଧିକାର କରିଥିଲା । ଅକ୍ଷୟଙ୍କର ପ୍ରଥମ ଚଳଚିତ୍ର ଗୀତ ଥିଲା ପଚାଶ ଦଶକରେ ମୁକ୍ତିଲାଭ କରିଥିବା ଗାଇଆଳ ଭାଇ ଧରିଛି ଶୁଣ । ୧୯୫୯ର ମା କଥାଚିତ୍ରର ଗୋରି ଗୋରି ଗୋରି ଥିଲା ତାଙ୍କର ପ୍ରଥମ ପ୍ରଚ୍ଛଦ ଗୀତ । ସେ ମୋଟ ୧୨୯ ଗୋଟି କଥାଚିତ୍ରରେ କଣ୍ଠଦାନ କରିଛନ୍ତି । ୧୯୬୫ରେ ନିର୍ଦ୍ଦେଶକ ନିତାଇ ପାଲିତଙ୍କ ମଲାଜହ୍ନ କଥାଚିତ୍ର ପାଇଁ ସେ ସଙ୍ଗୀତ ତିଆରି କରିଥିଲେ । “ରକତ ଟଳମଳ” ଗୀତଟି ସେହି କଥାଚିତ୍ରର ଏକ ଜଣାଶୁଣା ଗୀତ । ସେ ୭୫ଟି ଓଡ଼ିଆ କଥାଚିତ୍ରରେ ସେ ତିଆରି କରିଛନ୍ତି ସଙ୍ଗୀତ ଓ ୯୨ଟି କଥାଚିତ୍ରରେ ଗୀତିକାର ସାଜିଛନ୍ତି । ଓଡ଼ିଆ ସଙ୍ଗୀତରେ ସେ ଆଣିଛନ୍ତି ଅନେକ ପରଖ, ନୂଆ ନୂଆ ଶବଦ ଭେଳିକି ଯାହା ସେ କାଳରେ ଆଧୁନିକ ଯନ୍ତ୍ରର ଅଭାବରେ ହୋଇପାରୁନଥିଲା । ତାଙ୍କ ପରଖର ଲମ୍ବା ଧାଡ଼ି ଲମ୍ବିଥିଲା ଓଡ଼ିଆ ପୁରାଣ ଆଉ ପୁରୁଣା ସାହିତ୍ୟ ଯାଏଁ, “କାଞ୍ଚି ଅଭିଯାନ”, “ରାଣ୍ଡୀପୁଅ ଅନନ୍ତା” ଆଉ “କୋଣାର୍କ ଗାଥା” ସେ ଭିତରୁ କିଛି । ଫକୀର ମୋହନ ସେନାପତିଙ୍କ “ପେଟେଣ୍ଟ ମେଡିସିନ”କୁ ନେଇ ସେ ତିଆରି କରିଥିବା ନାଟକ ଆକାଶବାଣୀର ଶ୍ରେଷ୍ଠ ନାଟକ ପୁରସ୍କାର ଜିଣିଥିଲା । ସାଲବେଗଙ୍କ ରଚନା ‘କେଣେ ଘେନି ଯାଉଛ ଜଗନ୍ନାଥଙ୍କୁ’ ଭିତରେ ସେ ଓଡ଼ିଆ ଭଜନରେ ନୂଆ ଧାରାଟିଏ ଆରମ୍ଭ କରିଥିଲେ । ‘ସାତ ଦରିଆପାରେ’ର ଦେଶ ପାଇଁ କଥା, “ହେ ଫଗୁଣ ତୁମେ’ର ଉଦାସୀ ମନ ଆଉ ‘ରାଜାଝିଅ ସାଙ୍ଗେ”ର ହାଲକା ଫୁଲକା ଭାବ; ଦୁଃଖଭରା ‘ରକତ ଟଳମଳ’ ଆଉ ଭାବୁକ ‘ଚକୋରି ଝରାନା ଲୁହ’ – ଏଇ ସବୁ ଗୀତ ଭିତରେ ଅକ୍ଷୟ ନିଜ ପାଇଁ ଗୋଟିଏ ନିଆରା ପରିଚୟ ତିଆରିକରି ଯାଇଛନ୍ତି ଓଡ଼ିଆ ପ୍ରାଣରେ । ତିନୋଟି କଥାଚିତ୍ରରେ ସେ ଅଭିନୟ ବି କରିଛନ୍ତି ଆଉ ଗୋଟିଏ କଥାଚିତ୍ରରେ ସହନିର୍ଦେଶନା ଦେଇଛନ୍ତି । ତାଙ୍କ କଲମରୁ ଜନ୍ମ ନେଇଛି ପ୍ରାୟ ୧୮ଟିରୁ ଉର୍ଦ୍ଧ ପୁସ୍ତକ । (ସଂଗୃହୀତ ତଥ୍ୟ)

Post a Comment

0 Comments